Report Card Odisha

| Daily Odia News

ଆଜି ପ୍ରକାଶ ପାଇବ ସିଆଇଏସ୍‌ସିଇର ଦଶମ ଓ ଦ୍ୱାଦଶ ରେଜଲ୍ଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭାରତୀୟ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ପରିଷଦ (ସିଆଇଏସ୍‌ସିଇ) ଦ୍ବାରା ପରିଚାଳିତ ଦଶମ (ଆଇସିଏସଇ) ଓ ଦ୍ବାଦଶ (ଆଇଏସଇ)ଶ୍ରେଣୀ ପରୀକ୍ଷା ଫଳ ଆଜି ଅପରାହ୍ଣ ୩ଟାରେ ପ୍ରକାଶ ପାଇବ। ଏନେଇ ସିଆଇଏସ୍‌ସିଇ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ଫଳ ପରିଷଦ ୱେବସାଇଟ୍‌ରେ ଉପଲବ୍ଧ ହେବ। ଛାତ୍ରଛାତ୍ରୀ ୱେବସାଇଟ (www.cisce.org or www. results.cisce.org )କୁ ଲଗଇନ୍ କରି ପରୀକ୍ଷା ଫଳ ଦେଖିପାରିବେ। ୦୯୨୪୮୦୮୨୮୮୩କୁ ଏସ୍‌ଏମ୍‌ଏସ୍‌ ଜରିଆରେ ଫଳ ଦେଖିବା ବ୍ୟବସ୍ଥା ମଧ୍ୟ କରାଯାଇଛି। ଚଳିତ ବର୍ଷ ଉତ୍ତର ଖାତା ପୁନର୍ବାର ତନଖି (ରିଚେକ୍) କରିବା ସୁବିଧା ଉପଲବ୍ଧ ନାହିଁ; କିନ୍ତୁ ଅଙ୍କକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଅସନ୍ତୋଷ ଥିଲେ ତୁରନ୍ତ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଦରଖାସ୍ତ କରିବେ। ଦରଖାସ୍ତରେ ସମସ୍ୟାଗୁଡିକୁ ବିସ୍ତୃତ ଭାବେ ଉଲ୍ଲେଖ କରିବେ ବିଦ୍ୟାର୍ଥୀ। ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ନିକଟରୁ ଗ୍ରହଣ କରିଥିବା ଦରଖାସ୍ତକୁ ଅଗଷ୍ଟ ୧ ସୁଦ୍ଧା ପରିଷଦକୁ ପଠାଇବେ। ଦଶମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ଦରଖାସ୍ତଗୁଡ଼ିକୁ ଇ-ମେଲ ଆଇଡି (asicse@cisce.org) ଏବଂ ଦ୍ବାଦଶ ଶ୍ରେଣୀ ବିଦ୍ୟାର୍ଥୀଙ୍କ ଦରଖାସ୍ତଗୁଡିକୁ (asisc@cisce.org)ରେ ପଠାଇବାକୁ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ କୁହାଯାଇଛି। ଅଗଷ୍ଟ ୧ ପରେ ଦରଖାସ୍ତ ପଠାଇଲେ ବିଚାରକୁ ନିଆଯିବ ନାହିଁ। ମୁଖ୍ୟତଃ ଅଙ୍କ ହିସାବରେ କୌଣସି ତ୍ରୁଟି ଥିଲେ ଏହାକୁ ବିଚାରକୁ ନିଆଯାଇ ପାରିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

Breaking News