ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଚନ୍ଦ୍ରକୁ ଯିବ ଚନ୍ଦ୍ରଯାନ-୩। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସବୁ କିଛି ଠିକଠାକ୍ ଚାଲିଲେ ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଚନ୍ଦ୍ରଯାନ-୩। ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯିବ। ୨୦୧୯ରେ ଇସ୍ରୋର ଚନ୍ଦ୍ରଯାନ-୨ ମିଶନ୍ ଅକୃତକାର୍ଯ୍ୟ ହୋଇଥିଲା। ‘ଚନ୍ଦ୍ରଯାନ-୨’ର ବିକ୍ରମ ଲ୍ୟାଣ୍ଡର ଇଞ୍ଜିନରେ ତ୍ରୁଟି କାରଣରୁ ଏହି ମିଶନ୍ ସଫଳ ହୋଇ ନଥିଲା। ଭାରତ ପଛକୁ ନହଟି ଆରମ୍ଭ କରିଥିଲା ମିସନ ଚନ୍ଦ୍ରଯାନ-୩। ଏଥର ଯଦି ଚନ୍ଦ୍ର ଅଭିଯାନ ସଫଳ ହେବ, ତାହେଲେ ଇତିହାସ ରଚିବ ଭାରତ। ଚନ୍ଦ୍ରଯାନ-୩ ପ୍ରେରଣ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଛି ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର। ତିରୁପତି ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି ଇସ୍ରୋର ବୈଜ୍ଞାନିକ। ଗତଥରର ବିଫଳତାକୁ ଦୃଷ୍ଟିରେ ରଖି ଏଥର କିପରି ସଫଳତାର ସହ ଚନ୍ଦ୍ରଯାନ ଅବତରଣ କରିବ, ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..