ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଆରେ ନାମଫଳକ ଲେଖି ନଥିବା ବ୍ୟବସାୟିକ ପ୍ରତିଷ୍ଠାନକୁ ନୋଟିସ୍ ହୋଇଛି । ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ ଅନୁସାରେ ଏବେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଅଣ୍ଟା ଭିଡ଼ିଛି ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ। ବିଭାଗ ପକ୍ଷରୁ ରାଜଧାନୀ ସମେତ ସାରା ରାଜ୍ୟରେ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ବରରେ ୧୦୯ଜଣ ବ୍ୟବସାୟୀଙ୍କୁ ନୋଟିସ୍ ହୋଇଥିବା ଜଣାପଡିଛି | ତୁରନ୍ତ ଓଡ଼ିଆରେ ନାମଫଳକ ନଲେଖିଲେ ମୋଟା ଅଙ୍କର ଜରିମାନା ଏବଂ ଆବଶ୍ୟକ ପଡ଼ିଲେ ମାମଲା ରୁଜୁ କରିବ ଶ୍ରମ ବିଭାଗ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..