ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଇସ୍ତାଫା ଦେଲେ ଗୁଜରାଟ ମୁଖ୍ୟମନ୍ତ୍ରୀ | ଶନିବାର ଦ୍ୱିପହରରେ ରୁପାଣୀ ରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ଦେଇଛନ୍ତି। ଇସ୍ତଫା ପତ୍ର ଦେବା ପରେ ରୁପାଣୀ ବିଜେପି ନେତୃତ୍ୱକୁ ଧନ୍ୟବାଦ ଜଣାଇଛନ୍ତି। ସେ ପାଞ୍ଚ ବର୍ଷ ଧରି ବିଜେପିର ମୁଖ୍ୟମନ୍ତ୍ରୀ ଥିଲେ। ଇସ୍ତଫା ଦେଇଥିଲେ ହେଁ ସେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଅଧୀନରେ କାମ କରିବା ଜାରି ରଖିବେ ବୋଲି କହିଛନ୍ତି। ତେବେ ରୁପାଣୀ କାହିଁକି ଇସ୍ତଫା ଦେଲେ, ତାହା ସ୍ପଷ୍ଟ କରିନାହାନ୍ତି। ଗୁଜରାଟରେ ଆସନ୍ତାବର୍ଷ ଡିସେମ୍ବରରେ ବିଧାନସଭା ନିର୍ବାଚନ ହେବ। ଆଉ ଏହା ପୂର୍ବରୁ ରୁପାଣୀଙ୍କ ଇସ୍ତଫା ଦେବା ନିଷ୍ପତ୍ତିକୁ ନେଇ ଅନେକ ଚର୍ଚ୍ଚା ହେଉଛି । ଶନିବାର ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ଭାବେ ବିଜୟ ରୁପାଣୀ ଉପସ୍ଥିତ ଥିଲେ। ହେଲେ ଏହି କାର୍ଯ୍ୟକ୍ରମ ଭର୍ଚୁଆଲ୍ ମାଧ୍ୟମରେ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଗୁଜରାଟର ଡେପୁଟୀ ସିଏମ୍ ନୀତୀନ ପଟେଲ ମଧ୍ୟ ଉପସ୍ଥିତ ଥିଲେ।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..