ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଲ୍ଡ ପୋଷ୍ଟ ଅଫିସ ଲେନ୍ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାଯାଇଛି। ଚଢ଼ାଉ ଚାଲିଥିବା ବେଳେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ସୂଚନା ରହିଛି। ଏହି ଟଙ୍କା ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ବୋଲି ଜଣାଯାଇଛି। ଏହି ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସରେ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ପୋଷ୍ଟର ଓ ବ୍ୟାନର ଛପା ଯାଉଥିବା ସୂଚନା ରହିଛି। ଏନେଇ ସଂପୃକ୍ତ ମିଡିଆ ହାଉସ ମାଲିକ କିମ୍ବା କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।






More Stories
ମାଟ୍ରିକ ପରୀକ୍ଷା ପାଇଁ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ….
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..