ରିପୋର୍ଟ କାର୍ଡ / ବାଲେଶ୍ଵର
ନିଟ୍ରାପ୍ର ଶିକାର ହୋଇ ଆଇଟିଆର ତଥ୍ୟ ପାକିସ୍ତାନକୁ ଯୋଗାଇବା ଅଭିଯୋଗରେ ବାଲେଶ୍ବର ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତି ଜଣକ ଆଇଟିଆରର ବରିଷ୍ଠ ଅଧିକାରୀ ବୋଲି ସୂଚନା ମିଳିଛି। ଡିଆଡିଓ ତଥ୍ୟ ଲିକ୍ ପ୍ରସଙ୍ଗରେ ବାଲେଶ୍ୱର ପୋଲିସ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛି। ଆଇଜି ହିମାଂଶୁ ଲାଲ ଓ ବାଲେଶ୍ବର ଏସ୍ପି ସାଗରିକା ନାଥ କହିଛନ୍ତି, ଯାହାକୁ ଗିରଫ କରାଯାଇଛି ତା’ପାଖରେ ତଥ୍ୟ ରହିଛି। ବାଲେଶ୍ୱର ପୋଲିସ ଏବଂ ସେଣ୍ଟରାଲ ଏଜେନ୍ସିର ମିଳିତ ଭାବେ ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ଦୀର୍ଘ ୧ ବର୍ଷ ପର୍ଯ୍ୟନ୍ତ ଭାରତର ପ୍ରତିରକ୍ଷା ସଂପର୍କିତ ତଥ୍ୟ ପାକିସ୍ତାନକୁ ଯୋଗାଇଥିଲା। ପ୍ରାଥମିକ ତଦନ୍ତରୁ ଜଣାପଡିଛି ମୋବାଇଲ୍ ମାଧ୍ୟମରେ ସେ ରାଓଲପିଣ୍ଡିରେ ଥିବା ବ୍ୟକ୍ତିଙ୍କୁ ତଥ୍ୟ ଲିକ୍ କରିଥିଲା। ହ୍ବାଟ୍ସଅପ ମାଧ୍ୟମରେ ମେସେଜ୍, ଫଟୋ ଓ ଭିଡିଓ ଦେଉଥିଲା। ଏହି ଘଟଣାର ନିରପେକ୍ଷ ତଦନ୍ତ ଚାଲିଛି। ଆଗକୁ ତଥ୍ୟ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯିବ।






More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..