ରିପୋର୍ଟ କାର୍ଡ / ପୁରୀ
ରିଲ୍ସ କରିବା ସମୟରେ ଟ୍ରେନ୍ ଧକ୍କାରେ ନାବାଳକର ମୃତ୍ୟୁ। ଟ୍ରେନ ଲାଇନ ଉପରେ ଠିଆ ହୋଇ ରିଲ୍ସ କରିବା ସମୟରେ ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା ଟ୍ରେନ। ଟ୍ରେନ ଧକ୍କାରେ ନାବାଳକଙ୍କ ମୁଣ୍ଡରେ ମାଡ଼ ହେବା ସହ ତାଙ୍କର ମୃତ୍ୟୁ ହୋଇଥିଲା। ସାଙ୍ଗରେ ଥିବା ଅନ୍ୟ ଜଣେ ନାବାଳକ ସୁଟିଂ କରୁଥିଲେ। ପୁରୀ ଚନ୍ଦନପୁର ଥାନା ଅଧିନ ଜାନକାଦେଇପୁର ଷ୍ଟେସନରେ ଘଟିଛି ଏଭଳି ଅଘଟଣ । ମା ଦକ୍ଷୀଣକାଳୀଙ୍କୁ ଦର୍ଶନ କରି ଫେରୁଥିବା ସମୟରେ ଟ୍ରେନ ଲାଇନରେ ରିଲ୍ସ କରିବା ବେଳେ ଜୀବନ ଯାଇଛି। ମୃତ ନାବାଳକ ପୁରୀ ଵାସେଳି ସାହି ମଙ୍ଗଳାଘାଟର ବିଶ୍ବଜିତ ସାହୁ ବୋଲି ଜଣାପଡିଛି।






More Stories
ବାତ୍ୟା ଲ୍ୟାଣ୍ଡଫଲ୍ ପରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ…..
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା…..
‘ଅକୱାନ’ର ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ……