ରିପୋର୍ଟ କାର୍ଡ / ପୁରୀ
ଦୀଘା ଜଗନ୍ନାଥ ମନ୍ଦିର ଓ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ସୋମବାର ଗଜପତି ମହାରାଜା ଦିବ୍ୟ ସିଂହ ଦେବ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି। ପ୍ରଥମ ଥର ପାଇଁ ଦୀଘା ପ୍ରସଙ୍ଗରେ ମୁହଁ ଖୋଳିଛନ୍ତି ଗଜପତି। ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ । ଦୀଘାରୁ ହଟୁ ‘ଧାମ’ ବୋଲି ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜାଙ୍କ ପକ୍ଷରୁ ସୂଚନା ମିଳିଛି। କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ଅନେକ ଜଗନ୍ନାଥ ମନ୍ଦିର ରହିଛି, କୌଣସି ସ୍ଥାନରେ ଏପରି ନାମକରଣ କରାଯାଇନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସାରିଛନ୍ତି। ଏହି ମନ୍ଦିର ପଶ୍ଚିମବଙ୍ଗ ସରକାର ନିର୍ମାଣ କରିଛନ୍ତି ତେଣୁ କେମିତି ଦୀଘାରୁ ଜଗନ୍ନାଥ ଧାମ ନାମ ହଟିବ ତାହା ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ । ପଶ୍ଚିମବଙ୍ଗ ସରକାର ଟ୍ରଷ୍ଟ୍ ଗଠନ କରିଛନ୍ତି। କୌଣସି ଘରୋଇ ସଂସ୍ଥା ଏହି କାର୍ଯ୍ୟ କରିନାହାଁନ୍ତି ବୋଲି ଗଜପତି ମହାରାଜା କହିଛନ୍ତି ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..