Report Card Odisha

| Daily Odia News

ମିଳିଲାନି ଜାମିନ,ଗିରଫ ହେଲେ ଜଗନ୍ନାଥ ପ୍ରଧାନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହେବା ପରେ ଜଗାଙ୍କୁ ପୋଲିସ ଏସଡିଜେଏମଙ୍କ ବାସଭବନରେ ହାଜର କରାଇଥିଲା। ପୋଲିସ ଯେଉଁ ଦଫା ଲଗାଇଛି ତାହା ଆଧାରରେ ଏସଡିଜେଏମ କୋର୍ଟଙ୍କ ପକ୍ଷରୁ ଜାମିନ ଦେବା କ୍ଷମତା ପରିସର ବାହାରେ ଥିବାରୁ କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ। ଫଳରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଜଗାଙ୍କ ପକ୍ଷରୁ ଉପର କୋର୍ଟରେ ଜାମିନ ଆବେଦନ କରାଯିବ ବୋଲି ସୂଚନା ମିଳିଛି। ଗୁରୁବାର ରାତିରେ ଜଗା ଡିସିପିଙ୍କ ଅଫିସରେ ଆତ୍ମସମର୍ପଣ କରିବା ପରେ କମିଶନରେଟ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହା ପରେ ଜଗାଙ୍କୁ ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ପୂର୍ବରୁ ଏହି ଘଟଣାରେ ୫ ଜଣ ଗିରଫ ହୋଇଥିଲେ। ସେମାନଙ୍କ ମଧ୍ୟରେ ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମି ମହାପାତ୍ର ଏବଂ ଦେବାଶିଷ ପ୍ରଧାନ ପ୍ରମୁଖ ରହିଥିଲେ। ପୋଲିସ ଏହି ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିଛି। ଜଗାଙ୍କ ଗିରଫଦାରି ପରେ କାର୍ଯ୍ୟବନ୍ଦ ରଖିଥିବା ଓଏଏସ ସଂଘ ଆନ୍ଦୋଳନକୁ ପ୍ରତ୍ୟାହାର କରିନେଇଛି।

Breaking News