ରିପୋର୍ଟ କାର୍ଡ / ପୁରୀ
ଆଜି ହେଉଛି ପବିତ୍ର ଫାଲଗୁନ ଶୁକ୍ଳ ସପ୍ତମୀ ତିଥି | ଏହି ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅପରାହ୍ନରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ସାଧାରଣଲୋକେ। ସୂଚନା ଅନୁସାରେ-ବୁଧବାର ଫାଲଗୁନ ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ହେବ ବନକଲାଗି। ଏହି ବନକଲାଗି ବା ଶ୍ରୀମୁଖ ସିଂହାର ଏକ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ବେଶ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୫ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..