ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରାବଣ ଶୁକ୍ଳ ପଞ୍ଚମୀ ମଳ ତିଥି ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ଣ ପ୍ରାୟ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଦତ୍ତମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖସିଂହାର କରିବେ। ଏହି ସମୟରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ବନକଲାଗି ନୀତି ସମ୍ପନ୍ନ ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ। ଏହାପରେ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..