ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରାବଣ ଶୁକ୍ଳ ଚତୁର୍ଥୀ | ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଏହା ଲାଗୁହେବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନା ଅନୁସାରେ- ଖସାପଡ଼ା ନୀତି ଠାକୁରଙ୍କ ଏକ ଗୁପ୍ତ ସେବା । ଏହି ସେବା ସମୟରେ ଠାକୁରଙ୍କ ସାଧାରଣ ଦର୍ଶନ ମନା ଥାଏ । ଖସାପଡ଼ା ନୀତି ଦ୍ୱାରା ଦାରୁ ବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ହୋଇଥାଏ । ଦଇତାପତି ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ । ଦିପହର ଧୂପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଞ୍ଚିଥାଏ । ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ହୁଏ ।
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….