ରିପୋର୍ଟ କାର୍ଡ / ପୁରୀ
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କର ଜନ୍ମ ଉତ୍ସବ ପୁର ରୁ ପଲ୍ଲୀ ସବୁଠି ପାଳନ କରାଯାଉଛି । ଏହି ଅବସରରେ ଶ୍ରୀମନ୍ଦିରରେ ଆଜି ସଂନ୍ଧ୍ଯା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଖବର ଅନୁଯାୟୀ, ସଂନ୍ଧ୍ଯାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ।..






More Stories
ମନ ଖୁସି ରହିବ…..
ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ……
ସହିଷ୍ଣୁ ହେବେ…..