Report Card Odisha

| Daily Odia News

ବିଜେଡି ବିଧାୟକଙ୍କ ବିରୋଧରେ ସେକ୍ସ ରାକେଟ ଅଭିଯୋଗ,ତଦନ୍ତ କରିବ କ୍ରାଇମବ୍ରାଞ୍ଚ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଢ଼ିଲା ତିର୍ତ୍ତୋଲ ବିଧାୟକଙ୍କ ପାଇଁ ଅଡ଼ୁଆ। ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ତାଙ୍କ ବାନ୍ଧବୀ ସୋମାଲିକା ସେକ୍ସ ରାକେଟ୍ ଚଳାଉଥିବା ଅଭିଯୋଗ ଆଣିଛନ୍ତି | ଏହିଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ କ୍ରାଇମବ୍ରାଞ୍ଚ ଦ୍ୱାରା ଏହାର ତଦନ୍ତ ପାଇଁ ଚିଠି ଲେଖିଛନ୍ତି ଜଗତସିଂହପୁର ଏସ୍‌ପି । ବିଧାୟକ ବିଜୟଶଙ୍କର ସେକ୍ସ ରାକେଟ ଚଳାଇଛନ୍ତି ବୋଲି ଗତ ମାସ ତାଙ୍କ ବାନ୍ଧବୀ ସୋମାଲିକା ଦାସ ଅଭିଯୋଗ କରିଥିଲେ । ଏହି ରାକେଟରେ ସେ ନିରୀହ ଯୁବତୀଙ୍କୁ ନିୟୋଜିତ କରୁଥିବା ପରି ସାଂଘାତିକ ଅଭିଯୋଗ କରିଥିଲେ ତାଙ୍କ ବାନ୍ଧବୀ ସୋମାଲିକା । ପୋଲିସ ଏହାକୁ ଗମ୍ଭୀରତାର ସହ ନେଇ ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଚିଠି ଲେଖିଛି। ଅଭିଯୋଗଟି ଜଣେ ବିଧାୟକଙ୍କ ବିରୋଧରେ ଥିବାରୁ ନିରପେକ୍ଷ ତଦନ୍ତ ପାଇଁ ଜୁଲାଇ ୭ରେ ଜଗତସିଂହପୁର ଏସ୍‌ପି ଏଡିଜି କ୍ରାଇମବ୍ରାଞ୍ଚଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ବିଜୟଶଙ୍କର ଜଣେ ବିଧାୟକ ହୋଇଥିବାରୁ ଏ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ ଦ୍ୱାରା କରିବାକୁ ଅଭିଯୋଗକାରିଣୀ ଦାବି କରିଥିଲେ ବୋଲି ଜଗତସିଂହପୁର ଏସ୍‌ପି ନିଜ ପତ୍ରରେ ଉଲ୍ଲେଖ କରିଛନ୍ତି ।

Breaking News