ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ହିଂସା ମାମଲାରେ ଗିରଫ ହୋଇଥିବା ୫ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ୮ ଦିନିଆ ରିମାଣ୍ଡରେ ନେଇଛି। ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ନେବା ପାଇଁ ପୋଲିସ ଆବେଦନ କରିଥିବା ବେଳେ ଆଜି ଦିଲ୍ଲୀର ରୋହିଣୀ କୋର୍ଟ ମଞ୍ଜୁର କରିଛନ୍ତି। ଅନ୍ୟପଟେ ଆଉ ୪ ଜଣ ଅଭିଯୁକ୍ତଙ୍କୁ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଥିବା ସୂଚନା ମିଳିଛି | ୫ ଜଣ ମୁଖ୍ୟ ଅଭିଯୁକ୍ତଙ୍କ ବିରୋଧରେ ଏନଏସଏ ଲାଗୁ ହୋଇଛି ।ଏହି ଅଭିଯୁକ୍ତମାନେ ହେଲେ ଅନସାର, ସଲିମ, ଇମାମ୍, ଦିଲସାଦ ଓ ଅହିର | କେନ୍ଦ୍ରର ଗୃହମନ୍ତ୍ରୀ ଅମିତ ଶାହ ଦିଲ୍ଲୀ ପୋଲିସ କମିଶନରଙ୍କୁ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନା ଅନୁସାରେ- ଆଜି ସମସ୍ତ ୯ ଜଣ ଅଭିଯୁକ୍ତଙ୍କୁ ଭିଡିଓ କନଫରେସିଂ ଜରିଆରେ ରୋହିଣୀ କୋର୍ଟରେ ହାଜର କରାଯାଇଥିଲା। ମାମାଲାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି । ଦିଲ୍ଲୀ ଜାହାଙ୍ଗୀରପୁରୀ ହିଂସା ମାମଲାରେ ୫ ଅଭିଯୁକ୍ତଙ୍କ ବିରୋଧରେ ଜାତୀୟ ସୁରକ୍ଷା ଆଇନ ବଳରେ ମାମଲା ରୁଜୁ ହୋଇଛି।






More Stories
ମୁଜାଫରପୁରରୁ ପ୍ରଚାର ଆରମ୍ଭ କଲେ ରାହୁଲ…..
ସୁନା ଅଳଙ୍କାର ପିନ୍ଧିବା ମନା! ଦେବାକୁ ପଡିବ ଜରିମାନା…..
ମୋଦି-ଜିନପିଙ୍ଗ ବଡ଼ ଡିଲ୍……