ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦକ୍ଷିଣ କାଶ୍ମୀର ଶୋପିୟାଁରେ ଆଜି ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଏହି ଗୁଳିବିନିମୟରେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି ବୋଲି ସୂଚନା ମିଳିଛି | ଏହାସହ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି। ଏବେ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି। ସୂଚନା ଯୋଗ୍ୟ ; ଆଜି ସକାଳେ ଦକ୍ଷିଣ କାଶ୍ମୀର ଶୋପିୟାଁରେ ସୁରକ୍ଷାକର୍ମୀ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିୟମ ହୋଇଥିଲା। କାଶ୍ମୀରର ଜଣେ ବରିଷ୍ଠ ଅଧିକାରୀଙ୍କ କହିବାନୁଯାୟୀ,ଶୋପିୟାଁର ଜୈନାପୋରା ଅଞ୍ଚଳ ଚେରମାର୍ଗରେ ଗୁଳିବିନିମୟରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଥିଲା। ଯବାନଙ୍କ ଦ୍ୱାରା ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଥିଲା । ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ଥିବା ନେଇ ପୁଲିସ,ସୈନା,ସିଆରପିଏଫର ଏକ ଟିମ ସୂଚନା ପାଇଥିଲେ। ଏହାପରେ ତଲାସି ଅଭିଯାନ ଆରମ୍ଭ କରିଥିଲେ। ଏହି ଅଞ୍ଚଳରେ ସୁରକ୍ଷାକର୍ମୀ ପ୍ରବେଶ କରିବା ମାତ୍ରେ ଆତଙ୍କବାଦୀ ଗୁଳି ଚାଳନା ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଥିଲା।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……