ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କୁପଓ୍ୱାଡ଼ାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆତଙ୍କବାଦୀଙ୍କ ମୃତଦେହ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ସୂଚନା ମୁତାବକ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀ ମାନେ ରହିଥିବା ନେଇ ସୁରକ୍ଷାକର୍ମୀ ମାନେ ବିଶେଷ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ପରେ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଗୁଳିବିନିମୟ ସମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ତେବେ ଏବେ ବି ଘଟଣାସ୍ଥଳରେ ସୁରକ୍ଷାକର୍ମୀ ମାନେ ଗୁଳିବିନିମୟ ଜାରି ରଖିଛନ୍ତି । କୁପଓ୍ୱାଡ଼ାର ଅଞ୍ଚଳକୁ ଘେରିରହି ସର୍ଚ୍ଚ ଅପରେସନ କରୁଛନ୍ତି ଯବାନ ।






More Stories
ଆଶା ଭୋସ୍ଲେଙ୍କ ପରଲୋକ…..
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..