ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କାଶ୍ମୀରର ପୁଞ୍ଛ ଜିଲ୍ଲାରେ ବଡ ଧରଣର ଏକ ସଡକ ଦୁର୍ଘଟଣା ଘଟିଛି। ମଣ୍ଡି ତହସିଲରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ନିକଟରେ ଏକ ଯାତ୍ରୀବାହୀ ବସ ଖାଇକୁ ଖସି ପ୍ରାୟ ୧୧ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ୨୦ ରୁ ଅଧିକ ଆହତ ମଧ୍ୟ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିବା ସହ ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଉଛି । ଘଟଣା ବିଷୟରେ ଖବର ପାଇ ସେନା ଓ ପୋଲିସର ଯବାନମାନେ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇ ପାରି ନାହିଁ। ପୁଞ୍ଛର ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଉପରାଜ୍ୟପାଳ ମନୋଜ ସିହ୍ନା ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ମୃତକଙ୍କ ପରିଜନଙ୍କୁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପୋଲିସ ଓ ଅଧିକାରୀଙ୍କୁ ଆହତଙ୍କୁ ସଠିକ ସାହାଯ୍ୟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..