ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସନ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି | ଜମ୍ମୁକଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କୀ ମଧ୍ୟରେ ଗୁଳିବନିମୟରେ ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ ଜଣେ ବିଏସଏଫ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ, ଆଜି ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏହି ଗୁଳିବିନିମୟ ଘଟିଛି। ଶୋପିଆନର କାଠୋହାଲେନ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ପାଇଥିଲେ ସେନା କର୍ମଚାରୀ। ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ସମୟରେ ଉଭୟଙ୍କ ପକ୍ଷରୁ ଗୁଳିବିନିମୟ କରାଯାଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ନିହତ ହୋଇଥିବା ଆତଙ୍କବାଦୀ, ମିସର ଅହମ୍ମଦ ଦାର ଦି ରେଜିଷ୍ଟାନ୍ସ ଫ୍ରଣ୍ଟ ସହିତ ଜଡିତ ଥିବା କାଶ୍ମୀର ଜୋନ୍ ପୋଲିସ ପକ୍ଷରୁ ରିପୋର୍ଟ କରାଯାଇଛି।

ଅନ୍ୟ ଏକ ଘଟଣାରେ ରାମଗଡ ସେକ୍ଟର ଅନ୍ତର୍ଜାତୀୟ ସୀମା ନିକଟରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଜଣେ ବିଏସଏଫ ଯବାନ ଆହତ ହୋଇଛନ୍ତି। ବର୍ତ୍ତମାନ ଆହତ ଯବାନଙ୍କର ଚିକିତ୍ସା ଚାଲିଛି।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..