ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାରେ ଏନ୍କାଉଣ୍ଟ୍ରରେ ଜଣେ ସେନା ଅଧିକାରୀ ଓ ୩ ଜଣ ଯବାନ ସହିଦ ହୋଇଛନ୍ତି। ସୋମବାର ବିଳମ୍ୱିତ ରାତିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଆତଙ୍କୀଙ୍କ ଗୁଳିରେ ୪ ଯବାନ ସହିଦ। ଏଏନଆଇର ରିପୋର୍ଟ ଅନୁସାରେ ରାଷ୍ଟ୍ରୀୟ ରାଇଫଲ ଓ ଜମ୍ମୁ-କାଶ୍ମୀର ପୋଲିସର ମିଳିତ ସର୍ଚ୍ଚ ଅପରେସନ୍ ସମୟରେ ଏହି ଗୁଳିବିନିମୟ ହୋଇଥିଲା। ଏଥିରେ ସେନାର ଜଣେ କ୍ୟାପ୍ଟେନଙ୍କ ସମେତ ୪ ଜଣ ସହିତ। ଏବେ ବି ଜାରି ରହିଛି ସେନାର ସର୍ଚ୍ଚ ଅପରେସନ୍। ସରକାରୀ ସୂତ୍ରରୁ ନ୍ୟୁଜ୍ ଏଜେନ୍ସି ପିଟିଆଇକୁ କୁହାଯାଇଛି ଯେ ଏହି ଆକ୍ରମଣକୁ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଜୈଶ-ଇ-ମହମ୍ମଦ (ଜେଏମ)ର ‘କାଶ୍ମୀର ଟାଇଗର୍ସ’ କରିଥିବା ସନ୍ଦେହ କରାଯାଉଛି। ସୋମବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀର ପୋଲିସର ରାଷ୍ଟ୍ରୀୟ ରାଇଫଲ୍ସ ଏବଂ ସ୍ପେସାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି) ର ସୈନ୍ୟମାନେ ଡୋଡା ସହରଠାରୁ ୫୫ କିଲୋମିଟର ଦୂରରେ ଥିବା ଦେସା ଜଙ୍ଗଲ ବେଲ୍ଟର ଧାରି ଗୋଟେ ଉରବାଗୀରେ ମିଳିତ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..