ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡ଼ଖଣ୍ଡ ଜାମତରା କାଲାଝରିଆରେ ବଡ଼ ଅଘଟଣ ଘଟିଛି। ଟ୍ରେନଲାଇନ ପାର ହେଉଥିବାବେଳେ ଟ୍ରେନ ମାଡିଯାଇ ୧୨ଜଣଙ୍କ ମୃତ୍ୟୁ ହୋଇଛି। ଅନେକ ଆହତଙ୍କ ଚିକିତ୍ସା କରାଯାଉଛି। ଘଟଣାସ୍ଥଳରେ ରେଳବାଇ ପୋଲିସ ଓ ସ୍ଥାନୀୟ ପ୍ରଶାସନ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।ମିଳିଥିବା ସୂଚନା ଅନୁସାରେ, ଗୋଟିଏ ପ୍ୟାସେଞ୍ଜର ଟ୍ରେନ କାଲାଝରିଆ ଷ୍ଟେସନ ଅତିକ୍ରମ କରୁଥିଲା। ଏହି ସମୟରେ ଲୋକୋ ପାଇଲଟ ରେଳ ଧାରଣରୁ ଧୂଆଁ ବାହାରୁ ଥିବା ଦେଖିବାକୁ ପାଇଥିଲେ। ଏହା ଦେଖି ସେ ଭାବିଥିଲେ ଯେ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି। ତେଣୁ ସେ ଟ୍ରେନକୁ ଅଟକାଇ ଦେଇଥିଲେ। ଟ୍ରେନ ଅଟକିବାରୁ ଲୋକମାନେ ଏଥିରୁ ଓହ୍ଲାଇ ପଡ଼ିଥିଲେ। ଏତିକି ବେଳେ ବିପରୀତ ଦିଗରୁ ଆଉ ଗୋଟିଏ ଟ୍ରେନ ଆସୁଥିଲା। ଏହା ପ୍ରଥମ ଟ୍ରେନରୁ ଓହ୍ଲାଇଥିବା ଲୋକଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ୧୨ ଜଣ ଲୋକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି।






More Stories
‘ବନ୍ଦେ ମାତରମ’ ବିଲ୍ ଆଗତ….
ଆଶ୍ୱାସନା ଦେଲେ ସରକାର, ଅନଶନ ଭାଙ୍ଗି ଖାଦ୍ୟ ଖାଇଲେ ୱାଙ୍ଗଚୁକ……
ପ୍ରଶାସନିକ କ୍ଷେତ୍ରରେ ଅଦଳବଦଳ: ଉଚ୍ଚଶିକ୍ଷା ସଚିବ ନରେଶ ପାଲ ଗଙ୍ଗୱାର…..