ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୫୦ ଜଣ ଯବାନଙ୍କୁ ନେଇ ଯାଉଥିବା ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଲା। ଏହି ଦୁର୍ଘଟଣାରେ ୩୮ ଯବାନ ଆହତ ହୋଇଥିବା ବେଳେ ୯ ଜଣ ଗୁରୁତର ହୋଇଛନ୍ତି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଗତରାତିରେ ଗୁଜରାଟର ପଞ୍ଚମହଲ ଜିଲ୍ଲାରେ ଘଟିଛି। ଆହତ ସମସ୍ତ ଯବାନ ଷ୍ଟେଟ ରିଜର୍ଭ ପୋଲିସର ବୋଲି ସୂଚନା ମିଳିଛି। ଗୁଜରାଟର ପଭଗଡ଼ରେ ହେଉଥିବା ଏକ ୩ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରାୟ ୫୦ ଯବାନ ଏକ ବସ୍ ଯୋଗେ ଡାହୋଡକୁ ଫେରୁଥିଲେ। ଗାଡ଼ିର ବ୍ରେକ୍ ଫେଲ୍ ହେବାରୁ ଡ୍ରାଇଭର ଗାଡ଼ି ଉପରେ ନିୟନ୍ତ୍ରଣ ହରାଇଥିଲେ | ଏହାପରେ ବସ ଟି ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୩୮ ଜଣ ଆହତ ହୋଇଥିବା ବେଳେ ତୁରନ୍ତ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ପଠାଯାଇଥିଲା।






More Stories
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..