Report Card Odisha

| Daily Odia News

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମଦ୍ୱାର…..

ରିପୋର୍ଟ କାର୍ଡ / ପୁରୀ

ଆଜିଠାରୁ ଶ୍ରୀମନ୍ଦିର ପଶ୍ଚିମଦ୍ୱାର ଦେଇ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି । ସିଂହଦ୍ୱାର ଓ ପଶ୍ଚିମଦ୍ୱାର ଉଭୟ ପଟେ ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ । ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ଅନୁମତି ମିଳିଛି । ଆଜିଠାରୁ ଏହି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି । ତେବେ ଭକ୍ତମାନଙ୍କୁ ସୁବିଧାରେ ଦର୍ଶନ ପାଇଁ ପଶ୍ଚିମଦ୍ୱାରରେ ସ୍ଥାୟୀ ସେଡ ନିର୍ମାଣ ଆରମ୍ଭ ହୋଇଛି । ଦକ୍ଷିଣ ଦ୍ୱାରରୁ ପଶ୍ଚିମ ଦ୍ୱାରକୁ ଏହି ସେଡ୍ ସଂଯୋଗ କରିବାକୁ ଲକ୍ଷ୍ୟ ରଖାଯାଇଛି । ତେଣୁ ପଶ୍ଚିମଦ୍ୱାରରୁ ଦର୍ଶନ ପାଇଁ ଚାହୁଁଥିବା ଭକ୍ତଙ୍କୁ ଦକ୍ଷିଣଦ୍ୱାରରୁ ନିର୍ମାଣଧୀନ ଏହି ସେଡ୍ ଦେଇ ଛଡ଼ାଯାଉଛି । ଦକ୍ଷିଣ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନର ବ୍ୟବସ୍ଥା ହୋଇଛି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ୪ ଦ୍ୱାରରୁ ଛାଡିବାକୁ ବହୁଦିନରୁ ଦାବି ହେଉଥିଲା । ଗତ ୨୨ ତାରିଖ ଶ୍ରୀମନ୍ଦିର ପରିଚାଳନା ବୈଠକରେ ଆଜିଠାରୁ ସିଂହଦ୍ୱାର ସହ ପଶ୍ଚିମଦ୍ୱାରରୁ ଭକ୍ତଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବାକୁ ନିଷ୍ପତ୍ତି ନିଆଯାଇଥିଲା ।

Breaking News