ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ମାରିବା ଘଟଣାରେ ଆଗୁଆ ଜାମିନ ଆବେଦନ କରିଥଲେ ଜୟ ନାରୟଣ। ହେଲେ ଆଗୁଆ ଜାମିନ ଦେବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ୨୦୨୩ ମସିହା ଫେବ୍ରୁଆରୀ ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଆନ୍ଦୋଳନ ବେଳେ ପୋଲିସ ସହ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ଜୟ ନାରାୟଣ ମହିଳା ଆଇଆଇସିଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ଏତଲା ଦେଇଥିଲେ ମହିଳା ଆଇଆଇସି। ଉକ୍ତ ମାମଲାରେ ହାଇକୋର୍ଟରେ ଜୟନାରାୟଣ ଆଗୁଆ ଜାମିନ ଆବେଦନ କରିଥିଲେ। ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରି ଦେଇଥିଲେ। ଏହାକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଜୟନାରାୟଣ। ସୁପ୍ରିମକୋର୍ଟ ମଧ୍ୟ ଜୟ ନାରାୟଣଙ୍କୁ ଆଗୁଆ ଜାମିନ ଦେବାକୁ ମନା କରିଦେଇଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……