Report Card Odisha

| Daily Odia News

ଜୟପୁରକୁ ଉଡ଼ିଲା ବିମାନ…..

ରିପୋର୍ଟ କାର୍ଡ / ଜୟପୁର

ଭୁବନେଶ୍ୱରରୁ ଜୟପୁରକୁ ଇଣ୍ଡିଆ ଓ୍ୱାନ୍ ଏୟାର ବିମାନ ଉଡ଼ାଣ କରିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଚତୁର୍ଥ ବିମାନ ବନ୍ଦର ଭାବେ ଜୟପୁର ଏୟାରପୋର୍ଟକୁ ମିଳିସାରିଛି ଏରୋଡ୍ରମ୍ ଲାଇସେନ୍ସ। ଜୟପୁର ଏୟାର ପୋର୍ଟକୁ ବିମାନ ଉଡ଼ାଣ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ଅନୁମତି ଦେଇଥିଲା । ‘ଉଡାନ୍’ ଯୋଜନାରେ ଜୟପୁର ବିମାନବନ୍ଦରକୁ ଲାଇସେନ୍ସ ପ୍ରଦାନ କରାଯାଇଥିବା ନେଇ DGCA ପକ୍ଷରୁ ସୂଚନା ଦିଆଯାଇଥିଲା। ଜୟପୁରକୁ ‘ଉଡାନ୍’ ଯୋଜନାରେ ଇଣ୍ଡିଆ ଓ୍ୱାନ୍ ବିମାନ ସେବା ପ୍ରଦାନକାରୀ କମ୍ପାନୀ ବିମାନ ସେବା ଯୋଗାଇଦେବା ନେଇ ପୂର୍ବରୁ ଘୋଷଣା କରିସାରିଛି। ଏଥିପାଇଁ କମ୍ପାନୀ ପକ୍ଷରୁ ଟ୍ରାଏଲ ରନ୍ ବି ଶେଷ ହୋଇଥିଲା।

Breaking News