Report Card Odisha

| Daily Odia News

ପଦ୍ମ ଧରିଲେ ଚମ୍ପାଇ ସୋରେନ୍‌…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ବିଜେପିରେ ସାମିଲ ହୋଇଛନ୍ତି। ଆଜି ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୮ ତାରିଖରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ଇସ୍ତଫା ଦେଇଥିଲେ ଚମ୍ପାଇ। ଏହାପରେ ସେ ଦିଲ୍ଲୀରେ ବିଜେପି ନେତୃତ୍ଵଙ୍କୁ ଭେଟିଥିଲେ।

Breaking News