ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାରପଡ଼ା ଜେଲରେ ଆଜି କମିଶନରେଟ୍ ପୋଲିସ ପକ୍ଷରୁ ରେଡ୍ କରାଯାଇଛି। ଜେଲରେ ଗାଙ୍ଗୱାର ପରେ ଡିସିପିଙ୍କ ନେତୃତ୍ୱରେ ରେଡ୍ ହୋଇଥିବା ସୂଚନା ମିଳିଛି। ଜେଲର ପ୍ରତ୍ୟେକ ସେଲରେ ଛାନଭିନ୍ କରିଛି ସ୍ପେଶାଲ ଟିମ୍। ଏହି ଚଢ଼ାଉରେ ଡିସିପିଙ୍କ ନେତୃତ୍ୱରେ ୬ ଜଣ ଏସିପି, ୫ ଜଣ ଆଇଆଇସି ସହିତ ଏକ ପ୍ଲାଟୁନ ଫୋର୍ସ ସାମିଲ ହୋଇଛନ୍ତି। ପ୍ରତ୍ୟେକ ୱାର୍ଡରେ ଯାଞ୍ଚ କରାଯାଇଛି। ଗତକାଲି ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ହୋଇଥିବା ସୂଚନା ମିଳିଥିଲା। ଚକରା ଓ ଶମ୍ଭୁ ଗ୍ୟାଙ୍ଗ ମଧ୍ୟରେ ତୀବ୍ର ଗଣ୍ଡଗୋଳରୁ ରକ୍ତପାତ ହୋଇଥିଲା। ଘଟଣାକୁ ନେଇ ଜେଲ କର୍ତ୍ତୃପକ୍ଷଙ୍କ ଏତଲା ପରେ ଲକ୍ଷ୍ମୀସାଗର ଥାନାରେ ମାମଲା ରୁଜୁ ହୋଇଛି। ଘଟଣାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଜେଲ ବିଭାଗ। ରେଡ୍ ନେଇ ଡିସିପି କହିଛନ୍ତି, ଜେଲରୁ ବିଶେଷ କିଛି ଆପତ୍ତିଜନକ ସାମଗ୍ରୀ ମିଳିନାହିଁ। କମନ୍ ଏରିଆରୁ କିଛି ଗଂଜେଇ, ବିଡ଼ି, ସିଗାରେଟ ଓ ଲାଇଟର୍ ମିଳିଛି। କେମିତି ଏପରି ସାମଗ୍ରୀ ଜେଲ ଭିତରକୁ ନ ଆସିବ, ସେଥିପାଇଁ ଜେଲ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରାଯାଇଛି। ଜେଲର ସୁରକ୍ଷା ଓ ଆଗାମୀ ଦିନରେ ନିର୍ବାଚନ ଆସୁଥିବାରୁ ଏପରି ରେଡ୍ କରାଯାଇଥିବା କହିଛନ୍ତି ଡିସିପି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..