ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ପ୍ରକାଶ ପାଇବ ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି । ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ। ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ଅଛନ୍ତି। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ଜଣେ ମାଇକ୍ରୋ ଅବଜରଭର ଅଛନ୍ତି। ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ ଏବଂ ୨୦ ଜଣ କାଉଣ୍ଟିଂ ଅବଜରଭ ଅଛନ୍ତି। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହୋଇଛନ୍ତି। ଗଣତି କେନ୍ଦ୍ର ବାହାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ନିର୍ବାଚନ କମିଶନଙ୍କ ୱେବସାଇଟ ଜରିଆରେ ସାଙ୍ଗେ ସାଙ୍ଗେ ଗଣତିର ଅପଡେଟ୍ ମିଳିପାରିବ। ନିର୍ବାଚନ ମଇଦାନରେ ମୋଟ ୯ଜଣ ପ୍ରାର୍ଥୀ ରହିଥିବାବେଳେ ୩ ପ୍ରମୁଖ ଦଳ ବିଜେଡିର ଦୀପାଳି ଦାସ, ବିଜେପିର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେଙ୍କ ମଧ୍ୟରେ ଲଢ଼େଇ ହେବାର ସମ୍ଭାବନା ରହିଛି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..