ରିପୋର୍ଟ କାର୍ଡ / ଝାରସୁଗୁଡା
ଝାରସୁଗୁଡ଼ା ଜିଲ୍ଲା ଲଖନପୁର ମହାନଦୀରେ ଡଙ୍ଗା ବୁଡି ଘଟଣାରେ ଆଜି ସକାଳୁ ଆଉ ୪ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଶୁକ୍ରବାର ଜଣଙ୍କର ମୃତଦେହ ମିଳିଥିଲା। ତେବେ ବର୍ତ୍ତମାନ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ଶୁକ୍ରବାର ଲଖନପୁର ବ୍ଲକ ଶରଧା ନିକଟ ମହାନଦୀରେ ଡଙ୍ଗା ବୁଡିଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ମହିଳା ଓ ୩ ଶିଶୁଙ୍କ ସମେତ ୭ ଜଣ ନିଖୋଜ ରହିଥିଲେ। ଆଜି ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ଏମାନେ ବରଗଡ ବାଞ୍ଜିପାଲିକୁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଥିଲା। ପ୍ରାୟ ୪୩ଜଣ ଲୋକଙ୍କୁ ସ୍ଥାନୀୟ ମତ୍ସ୍ୟଜୀବୀ ମାନେ ଉଦ୍ଧାର କରିଥିଲେ। ସେପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି। ଏହି ଅଘଟଣ ନେଇ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିବା ସହ ମୃତକଙ୍କ ପରିବାରବର୍ଗକୁ ସମବେଦନା ଜଣାଇଛନ୍ତି।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….