ରିପୋର୍ଟ କାର୍ଡ / ଝାରସୁଗୁଡ଼ା
ସ୍ତ୍ରୀ ଓ ଝିଅକୁ ଗୁଳିକରି ହତ୍ୟା କରିବା ପରେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବାଣୀପାହାଡ଼ ନିକଟରେ। ମୃତକ ହେଲେ ବାପା, ମାଆ ଓ ୧୨ ବର୍ଷୀୟ ଝିଅ ବୋଲି ଜଣାଯାଇଛି। ସେମାନଙ୍କ ଘର ବ୍ରଜରାଜନଗର ଓରିଏଣ୍ଟ ଥାନା କାଳୀନଗର ଅଞ୍ଚଳର। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି। ଆଜି ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା। କାର୍ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ଉଦ୍ଧାର କରିଥିଲା। ବ୍ୟକ୍ତି ଜଣଙ୍କ ପ୍ରଥମେ ମା’ ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାର ତଦନ୍ତ କରୁଛନ୍ତି। କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ତାର କାରଣ ଜଣାପଡ଼ିନାହିଁ।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..