Report Card Odisha

| Daily Odia News

ସ୍ତ୍ରୀ ଓ ଝିଅକୁ ଗୁଳିକରି ନିଜେ କଲେ ଆତ୍ମହତ୍ୟା…..

ରିପୋର୍ଟ କାର୍ଡ / ଝାରସୁଗୁଡ଼ା

ସ୍ତ୍ରୀ ଓ ଝିଅକୁ ଗୁଳିକରି ହତ୍ୟା କରିବା ପରେ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବାଣୀପାହାଡ଼ ନିକଟରେ। ମୃତକ ହେଲେ ବାପା, ମାଆ ଓ ୧୨ ବର୍ଷୀୟ ଝିଅ ବୋଲି ଜଣାଯାଇଛି। ସେମାନଙ୍କ ଘର ବ୍ରଜରାଜନଗର ଓରିଏଣ୍ଟ ଥାନା କାଳୀନଗର ଅଞ୍ଚଳର। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି। ଆଜି ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା। କାର୍‌ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ‌ଉଦ୍ଧାର କରିଥିଲା। ବ୍ୟକ୍ତି ଜଣଙ୍କ ପ୍ରଥମେ ମା’ ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍ ଘଟଣାର ତଦନ୍ତ କରୁଛନ୍ତି। କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ତାର କାରଣ ଜଣାପଡ଼ିନାହିଁ।

 

Breaking News