ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସଞ୍ଜୀବ ଖାନ୍ନା ଆଜି ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବାହ୍ଣ ୧୦ଟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ଶପଥ ପାଠ କରାଇବେ। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ସୁପାରିସକ୍ରମେ ଜଷ୍ଟିସ ଖାନ୍ନାଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଅକ୍ଟୋବର ୨୪ରେ ନିଯୁକ୍ତି ଦିଆଯାଇଥିଲା। ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ୨୦୨୫ ମେ ୧୩ରେ ଶେଷ ହେବ। ଜଷ୍ଟିସ ଖାନ୍ନା ୨୦୧୯ ଜାନୁଆରୀରୁ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ତାଙ୍କର କାର୍ଯ୍ୟକାଳ ମଧ୍ୟରେ ସେ ସୁପ୍ରିମକୋର୍ଟର ବିଭିନ୍ନ ପୀଠର ସଦସ୍ୟ ଭାବେ ଗୁରୁତ୍ବପୂର୍ଣ୍ଣ ନ୍ୟାୟିକ ନିଷ୍ପତ୍ତି ନେଇଛନ୍ତି।






More Stories
ବିଜେପି ବିରୋଧରେ ସାରା ଦେଶରେ ବିକ୍ଷୋଭ……
କଂଗ୍ରେସ ସାଂସଦଙ୍କୁ ହ୍ୱିପ୍ ଜାରି……
କର୍ମଚାରୀଙ୍କ ପାଇଁ ଘରୁ କାମ ବାଧ୍ୟତାମୂଳକ……