ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡ଼ିଶାରେ ଚଳିତ ବର୍ଷର ପ୍ରଥମ ରୋଜଗାର ମେଳା ଅନୁଷ୍ଠିତ ହେବ। ଦେଶରେ ନିଯୁକ୍ତି ଆଶାୟୀ ଯୁବକ ଯୁବତୀମାନଙ୍କୁ ସରକାରୀ ଚାକିରି ଦେବା ଲାଗି କେନ୍ଦ୍ରସରକାର ବିଭିନ୍ନ ସ୍ଥାନରେ ରୋଜଗାର ମେଳା ଆୟୋଜନ କରୁଛନ୍ତି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରୋଜଗାର ମେଳାରେ ଯୋଗ୍ୟ ମନୋନୀତ ପ୍ରାର୍ଥୀମାନଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିବେ। ଏମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ନିଯୁକ୍ତି ମିଳିବ। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ସିଏସଆଇଆର-ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ ରେ ଏହି ରୋଜଗାର ମେଳା ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ ଯେ ଦେଶର ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ଚାକିରି ଦେବା ଲାଗି ଗତ ଅକ୍ଟୋବର ମାସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାର ଶୁଭାରମ୍ଭ କରିଥିଲେ।
More Stories
ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି…..
ଆଉ କେହି ଠକିପାରିବେନ ସରକାରୀ ଅଧିକାରୀ…..
୧୯ ଯାଏଁ ବର୍ଷା, ୟୋଲୋ ଓ୍ବାର୍ନିଂ ଜାରି….