ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ଅବଧି ବୃଦ୍ଧି ପାଇଛି। ପୂର୍ବ ଅଗଷ୍ଟ ୭ ଥିବାବେଳେ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ରଖାଯାଇଛି। ଗୋପବନ୍ଧୁ କର୍ମଜୀବି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା ୨୦୨୩- ୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯୋଜନାରେ ସଂଯୋଗୀକରଣ ପାଇଁ ଇଛୁକ ସାମ୍ବାଦିକ କୌଣସି ସ୍ୱୀକୃତିପ୍ରାପ୍ତ ମୁଦ୍ରିତ କିମ୍ବା ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ଆବଶ୍ୟକ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି । http://owjws.odisha.gov.in ରେ ନିଜ ନାମକୁ ପଞ୍ଜିକରଣ କରିବା ସହ ଅନଲାଇନରେ ସ୍ୱାସ୍ଥ୍ୟବୀମା ନିମନ୍ତେ ଆବେଦନ ପତ୍ର ଦାଖଲ କରିବାକୁ ପଡ଼ିବ ବୋଲି କୁହାଯାଇଥିଲା । ବର୍ତ୍ତମାନ ଧାର୍ଯ୍ୟ ତାରିଖରେ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ରଖାଯାଇଛି। ତେବେ, ପ୍ରଥମ କରି ଚଳିତ ବର୍ଷ ଅନଲାଇନ ପୋର୍ଟାଲ ମାଧ୍ୟମରେ ଏହି ପଞ୍ଜିକରଣ ହେଉଛି। ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ।






More Stories
ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..
ଓଡ଼ିଶା ଇଭି ପଲିସି ଅବଧି ବୃଦ୍ଧି…..
ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ…..