ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା। ଅପରାହ୍ଣ ୧ଟାରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, କଟକର ପ୍ରସିଦ୍ଧ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିବେ। ଏଥିଲାଗି ବାଲିଯାତ୍ରା ପଡ଼ିଆରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହେବ। ତେଣେ ପୁରୀରେ ବିଜେପିର ବିଧାୟକ ଓ ସାଂସଦମାନଙ୍କର ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କାର୍ଯ୍ୟକ୍ରମ ବି ରହିଛି ତାଙ୍କର। ସେ ୧୩ ତାରିଖ ସନ୍ଧ୍ୟା ଯାଏ ଓଡ଼ିଶାରେ ରହିବେ। ଏହି ସମୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଭୁବନେଶ୍ବର ଏଏମ୍ସ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ବି ରହିଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..