ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଅପରାହ୍ନରେ ଝାରସୁଗୁଡ଼ା ପହଞ୍ଚି ଦଳୀୟ ଜିଲ୍ଲା କାର୍ଯ୍ୟାଳୟକୁ ଯିବେ। ଝାରସୁଗୁଡାଠାରେ ବରଗଡ ଲୋକସଭା କ୍ଷେତ୍ରରେ ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ ନଡ୍ଡା। ତା’ପରେ ବୁର୍ଲା ଯାଇ ସେଠାରେ ରାତ୍ରଯାପନ କରିବେ। ୨୩ ତାରିଖରେ ନଡ୍ଡା ଭବାନୀପାଟଣାରେ ମାଆ ମାଣିକେଶ୍ୱରୀ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିବେ। ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠିତ ମହା ଜନସଂପର୍କ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..