ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଦିନିକିଆ ଓଡ଼ିଆ ଗସ୍ତରେ ନଡ୍ଡା ଓଡ଼ିଶା ଆସୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତାକାଲି ଜେ.ପି ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବିଜେପି କାର୍ଯ୍ୟାଳୟକୁ ଯିବେ। ସେଠାରେ ଦିନ ସାଢ଼େ ୧୧ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ। ଏଥିସହିତ ବିଜେପିର ବିଭିନ୍ନ ସ୍ଥାନରେ ଚାଲିଥିବା ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବେ। ଅପରାହ୍ନରେ ଜେ.ପି ନଡ୍ଡା ସୁଆଣ୍ଡୋ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରି ଯିବାର ସୂଚନା ରହିଛି।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……