ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୁକ୍ତ ୨ ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଅଫଲାଇନ୍ ପରୀକ୍ଷା ଦେଇପାରିବେ । ଏଥିପାଇଁ ଆସନ୍ତାକାଲିଠୁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ କଲେଜଗୁଡ଼ିକୁ ଏକ ଲିଙ୍କ୍ ପ୍ରଦାନ କରାଯିବ । ଏହି ଲିଙ୍କ ମାଧ୍ୟମରେ ପଞ୍ଜୀକରଣ କରିବେ ଛାତ୍ରଛାତ୍ରୀ । ୭ ତାରିଖ ହେଉଛି ଆବେଦନର ଶେଷ ଦିନ । ଯେତେ ପିଲା ଆବେଦନ କରିବେ, ସେହି ଅନୁସାରେ ପରୀକ୍ଷା ସୂଚୀ ଓ ପରୀକ୍ଷା କେନ୍ଦ୍ର ନିର୍ଦ୍ଧାରଣ କରାଯିବ । ଅଫଲାଇନ୍ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ଫି ଦେବାକୁ ପଡ଼ିବ ନାହିଁ । ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇନାହିଁ । କିନ୍ତୁ ସେପ୍ଟେମ୍ବର ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ ପରୀକ୍ଷା ହୋଇପାରେ । କରୋନା ଯୋଗୁ ଏବର୍ଷ ଯୁକ୍ତ ଦୁଇ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ଛାତ୍ରଛାତ୍ରୀଙ୍କୁ ମାର୍କ ଦିଆଯାଇଥିଲା । ରେଜଲ୍ଟକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ୍ ପରୀକ୍ଷା ବ୍ୟବସ୍ଥା କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଅଫଲାଇନ୍ ପରୀକ୍ଷା ଦେଲେ ବିକଳ୍ପ ମୂଲ୍ୟାୟନରେ ମିଳିଥିବା ମାର୍କ କାଏମ୍ ରହିବ ନାହିଁ । ଅଫଲାଇନ୍ ମାର୍କ ହିଁ ଚୂଡ଼ାନ୍ତ ହେବ ।
More Stories
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..
ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା…..
ଓଟିଇଟି ରେଜଲ୍ଟ ପ୍ରକାଶ….