ରିପୋର୍ଟ କାର୍ଡ / କେନ୍ଦୁଝର
କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କନିଷ୍ଠ କିରାଣି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମ ରୂପ ଚାନ୍ଦ ନାୟକ। ଗତ ୩୧ ଜୁଲାଇ ୨୦୨୫ରେ ଅବସର ନେଇଥିବା ଜଣେ ପିଅନଙ୍କ ସର୍ଭିସ ବୁକ୍, ପେନ୍ସନ୍ ପେପର ଆଦି କରିବାକୁ ସେ ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ବାରମ୍ବାର ହଇରାଣ ହରକତ ହେବା ଫଳରେ ସେ ଭିଜିଲାନ୍ସ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଆଜି ଉକ୍ତ ଲାଞ୍ଚ ଟଙ୍କା ନେବା ବେଳକୁ ଭିଜିଲାନ୍ସ ବିଭାଗ ହାତରେ ଧରା ପଡ଼ିଥିଲେ ବୋଲି ଡିଏସପି ସୁଧାଂଶୁ ପୂଜାରୀ କହିଛନ୍ତି। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହା ପରେ ତାଙ୍କ ଅଫିସ ଓ ଘରେ ବିଭାଗ ପକ୍ଷରୁ ଯାଞ୍ଚ ଚାଲିଛି ଚାଲିଛି






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..