Report Card Odisha

| Daily Odia News

ଜୁନିଅର ଟିଚର ନିଯୁକ୍ତି ମାମଲାରେ ରାୟ ସଂରକ୍ଷିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲା। ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ବୁଧବାର ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି । ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଏ ପ୍ରଶ୍ନ ଉଠିଥିଲା କି, ଶିକ୍ଷକ ନିଯୁକ୍ତି ଜିଲ୍ଲା ଭିତ୍ତିକ ହେଉଛି ନା ରାଜ୍ୟ ଆଧାରରେ। ଯାହା ଉତ୍ତରରେ( ଏଜି) କହିଛନ୍ତି କି, ନିଯୁକ୍ତି ଜିଲ୍ଲା ଆଧାରରେ ହେବାର ଅଛି। ତେବେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଥିବା ବେଳେ ନିୟମରେ କାହିଁକି ପରିବର୍ତ୍ତନ କରାଗଲା ବୋଲି ଆବେଦନକାରୀ ପ୍ରଶ୍ନ କରିଛନ୍ତି । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି। ଯାହା କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ। ୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର ଜୁନିଅର ଟିଚର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲା । ଏପିରିକି କିଛି ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବାର ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି। ମାମଲାର ପ୍ରାରମ୍ଭିକ ଶୁଣାଣି କରି ଗତ ୧୯ ତାରିଖ ଦିନ ହୋଇ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।

 

Breaking News