ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ନିଯୁକ୍ତି ନିମନ୍ତେ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି । ଜଷ୍ଟିସ ଶୁଭାଶୀଷ ତାଳପତ୍ରଙ୍କ ଅବସର ପରେ ଅକ୍ଟୋବର ୩ରୁ ଓଡ଼ିଶା ମୁଖ୍ୟ ବିଚାରପତି ପଦ ଖାଲି ପଡ଼ିଛି । ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସଞ୍ଜୟ କିଶାନ କୌଶଲ ଓ ଜଷ୍ଟିସ ସଞ୍ଜିବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଆଜି ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଛନ୍ତି ।






More Stories
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..