ରିପୋର୍ଟ କାର୍ଡ / କଟକ
ଆଜି ଜଷ୍ଟିସ୍ ଟଣ୍ଡନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ। ହାଇକୋର୍ଟ ପରିସରରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଜଷ୍ଟିସ୍ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ପାଠ କରାଇବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ପୁରୀଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି ବିଚାରପତି ହରିଶ ଟଣ୍ଡନ। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନେ ବାଇଶି ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ବେଢ଼ା ପରିକ୍ରମା କରିବା ସହ ଭିତର କାଠ ନିକଟରେ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ। ସିଂହଦ୍ୱାର ସମ୍ମୁଖରେ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଚାରପତି ଟଣ୍ଡନ ଏବଂ ତାଙ୍କ ପତ୍ନୀଙ୍କୁ ଖଣ୍ଡୁଆ ପାଟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..