ରିପୋର୍ଟକାର୍ଡ / କଟକ
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତଙ୍କ ସହ ମୋଟ ୭ ଜଣ ବିଚାରପତିଙ୍କୁ ବିଭିନ୍ନ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ୍ କରାଯାଇଥିଲା। ଏହି ସୁପାରିସକୁ କେନ୍ଦ୍ର ସରକାର ଗତ ୨ ତାରିଖରେ ଅନୁମୋଦନ କରିଥିଲେ। ଜଷ୍ଟିସ୍ ଦୀକ୍ଷିତ ୨୦୧୮ ମସିହା ଫେବୃଆରୀ ୧୪ରେ କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୨୦ ଜାନୁଆରୀ ୭ରେ ସେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇ କାର୍ଯ୍ୟ କରିଆସୁଛନ୍ତି।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..