ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଏନ୍ କୋଟିଶ୍ୱର ସିଂହ ଓ ଆର୍ ମହାଦେବନଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ଜଷ୍ଟିସ ଏନ କୋଟିଶ୍ୱର ସିଂହ ବର୍ତ୍ତମାନ ଜମ୍ମୁ-କଶ୍ମୀର ଏବଂ ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ବେଳେ ଜଷ୍ଟିସ ଆର ମହାଦେବନ ମାଡ୍ରାସ ହାଇକୋର୍ଟର ବିଚାରପତି ଅଛନ୍ତି। ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସେମାନେ ନିଜ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଏହି ନିଯୁକ୍ତି କାର୍ଯ୍ୟକାରୀ ହେବ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..