ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଏନ୍. ଭି. ରମନା । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଜଷ୍ଟିସ୍ ରମନାଙ୍କ ନିଯୁକ୍ତିକୁ ମଞ୍ଜୁରୀ ଦେଇଛନ୍ତି । ଆସନ୍ତା ୨୪ ତାରିଖରେ ଜଷ୍ଟିସ ରମନା ୪୮ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ । ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୩ ତାରିଖରେ ଅବସର ନେବେ ପ୍ରଧାନ ବିଚାରପତି ଜଷ୍ଟିସ ବୋବଡେ । ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ବରିଷ୍ଠତା ଭିତ୍ତିରେ ଜଷ୍ଟିସ ରମନାଙ୍କ ନାଁକୁ କେନ୍ଦ୍ର ସରକାରଙ୍କ ପାଖକୁ ସୁପାରିଶ କରିଥିଲେ ଜଷ୍ଟିସ ବୋବଡେ।






More Stories
ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ…..
ଭାରତ ଆସିବେ ଟ୍ରମ୍ପ !…..
କୋର୍ଟରେ ହାଜର ହେଲେ ରାହୁଲ…..