Report Card Odisha

| Daily Odia News

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ଏହି ଶପଥ ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ହୋଇଛନ୍ତି। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ସୁପାରିସକ୍ରମେ ଜଷ୍ଟିସ ଖାନ୍ନାଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଅକ୍ଟୋବର ୨୪ରେ ନିଯୁକ୍ତି ଦିଆଯାଇଥିଲା। ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ୨୦୨୫ ମେ ୧୩ରେ ଶେଷ ହେବ। ଜଷ୍ଟିସ ଖାନ୍ନା ୨୦୧୯ ଜାନୁଆରୀରୁ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି।

Breaking News