Report Card Odisha

| Daily Odia News

ଜଷ୍ଟିସ ସୁଭାଶିଷ ତାଳପତ୍ର ହାଇକୋର୍ଟ ମୁଖ୍ୟ ବିଚାରପତି…..

ରିପୋର୍ଟ କାର୍ଡ / କଟକ

ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି । ଆସନ୍ତାମାସ ୭ତାରିଖରେ ବର୍ତ୍ତମାନର ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିବେ । ଅଗଷ୍ଟ ୮ ରେ ବିଚାରପତି ଜଷ୍ଟିସ ତଲାପତ୍ର ଶପଥ ଗ୍ରହଣ କରିବାର ସମ୍ଭାବନା ରହିଛି। ସୂଚନା ଅନୁସାରେ, ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଆଜି ଓଡ଼ିଶା ସମେତ କେରଳ,ତେଲେଙ୍ଗାନା ଓ ଗୁଜୁରାଟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜାରି କରିଛି । ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

Breaking News