ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅଭିନେତା ତଥା ବିଜେପି ନେତା ଅରିନ୍ଦମ ରାୟ ଏବଂ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲିଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା କହିଛନ୍ତି ଯେ ବିଜେଡି ତାଙ୍କ ସହ ବିଶ୍ବାସଘାତକତା କରିଛି। ତାଙ୍କୁ ଟିକେଟ ଦେବ କହି ଦଳକୁ ଆଣିଥିଲା, ହେଲେ ଟିକେଟ୍ ଦେଲାନି। ଏଣେ ତାଙ୍କୁ କୋଟିଏ ଟଙ୍କାର ପ୍ରଲୋଭନ ଦେଇଥିଲା। ଏଣୁ ସେ ସମର୍ଥକମାନଙ୍କ ସହ ବିଜେପିରେ ଯୋଗ ଦେଇଥିବା କହିଛନ୍ତି।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..