ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଅନୁଭୂତ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସମୟରେ ୩୦ରୁ ୪୦ କି.ମି ପର୍ଯ୍ୟନ୍ତ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ଏଥିସହ ଅନ୍ୟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସୂଚନା ଦିଆଯାଇଛି। ସେହିପରି ୧୯ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଥିବାବେଳେ ୨୦ ତାରିଖରେ ରାଜ୍ୟରେ ବଡ଼ ବର୍ଷା ହେବାର ସୂଚନା ଦିଆଯାଇଛି। ୨୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଘଡ଼ଘଡ଼ି ବର୍ଷା ସହିତ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଦେଓଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ ଓ ଜଗତ୍ସିଂହପୁର ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି






More Stories
୧୯ରୁ ମାଟ୍ରିକ୍ ଖାତାଦେଖା…..
ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ:୨୫ରୁ ଊର୍ଦ୍ଧ୍ବ ଆହତ……
୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ…..