ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ତେବେ କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି






More Stories
ବଢିଲା ଏଲପିଜି ସିଲିଣ୍ଡର ଦର….
ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ……
ଆଜି ବଜେଟ୍…..